ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିବ ୩% ମହଙ୍ଗା ଭତ୍ତା | ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ବୃଦ୍ଧି ପାଇ ୩୧%ରେ ପହଞ୍ଚିଛି। କର୍ମଚାରୀମାନେ ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ମାସରୁ ପାଇବେ। ପେନ୍ସନ୍ ଭୋଗୀଙ୍କ ଟିଆଇ ବି ୩% ବୃଦ୍ଧି ନେଇ ଘୋଷଣା। ଏହା ଦ୍ୱାରା ସାଢ଼େ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଉପକୃତ ହେବେ। ସପ୍ତମ ବେତନ କମିଶନ ବାବଦ ୩୦% ବକେୟା ଅର୍ଥ ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା କରିଛନ୍ତି। ପୂର୍ବରୁ କର୍ମଚାରୀମାନେ ବର୍ଦ୍ଧିତ ଦରମାର ୫୦% ପାଇସାରିଛନ୍ତି। ଏହାଦ୍ୱାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..