ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପୂର୍ବାହ୍ନ ୧୧ ଟା ୪୫ରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଭିଡିଓ କନ୍ଫେରନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକର ଅଧ୍ୟକ୍ଷତାକରିବେ । ଏହା ହେଉଛି ଚଳିତ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ୍ ବୈଠକ | ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି । ଖବର ଅନୁଯାୟୀ, ଖୁବଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବାକୁ ଥିବା ବେଳେ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି । ବୁଧବାର ୧୧ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । କ୍ୟାବିନେଟରେ କେତେକ ମେଗା ପ୍ରକଳ୍ପ ବା ଯୋଜନାରେ ମୋହର ବାଜିପାରେ । କୃଷି, ସାମାଜିକ ସୁରକ୍ଷା ଓ ସଶକ୍ତିକରଣ, ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ସେହିପରି ୨୦୨୨ରେ ବସିବାକୁ ଯାଉଛି ପ୍ରଥମ କ୍ୟାବିନେଟ୍ । କମ୍ ଦିନ ବ୍ୟବଧାନରେ ବସିବ ଚତୁର୍ଥ କ୍ୟାବିନେଟ୍ ବୈଠକ । ଗତ ୨୦, ୨୩, ୩୧ ତାରିଖରେ କ୍ୟାବିନେଟ୍ ବୈଠକ ବସିଥିଲା ।ତେଣୁ କମ୍ ଦିନ ବ୍ୟବଧାନରେ ଆଉ ଏକ କ୍ୟାବିନେଟ୍ ବୈଠକ ବସୁଥିବାରୁ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା ହେବାର ସମ୍ଭାବନା ରହିଛି ।
More Stories
ଅମିତ ଶାହଙ୍କ”ଗୁଣ୍ଡାରାଜ”,ଆପ୍ କର୍ମୀମାନଙ୍କୁ ଆକ୍ରମଣ….
ଭୋଟ୍ ଦେଲେ ରାଷ୍ଟ୍ରପତି,୯ ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ…..
ବସ୍ତି ଭିତରକୁ ପଶିଗଲା ମାଲଗାଡ଼ି ଟ୍ରେନ୍…..