Report Card Odisha

| Daily Odia News

୧୦ରୁ ବର୍ଷା……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆସନ୍ତା ୧୦ରୁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ୧୦ ପରେ ବର୍ଷାର ପରିମାଣ ବଢ଼ିପାରେ । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ ବୋଲି ଆଇଏମଡି କହିଛି । ୧୦ ତାରିଖରୁ ରାଜ୍ୟର ୧୧ ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୦ଟି ଜିଲ୍ଲାଗୁଡିକ ହେଉଛି- ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା. ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର । ସମ୍ପୃକ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ତେବେ ଜାନୁଆରି ୯ ଓ ୧୨ରେ ପଶ୍ଚିମ ଓଡ଼ିଶାରେ ଏବଂ ଉତ୍ତର ଓ ଉପକୂଳ ଓଡ଼ିଶାରେ ୧୦ ଓ ୧୪ ତାରିଖ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ସୋଆସ୍ଥିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା । କେନ୍ଦ୍ରର ସୂଚନା ମୁତାବକ, ୧୦ରୁ ୧୪ ମଧ୍ୟରେ ଉତ୍ତର ଓଡ଼ିଶାରେ ଅନୁରୂପ ବୃଷ୍ଟିପାତ ହୋଇପାରେ । ୧୧ରୁ ୧୪ ତାରିଖ ମଧ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ କିମ୍ବା କୁଆପଥର ମାଡ଼ ହେବ ।

Breaking News