ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀରେ ୩୦୦ରୁ ଅଧିକ ପୋଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନସମ୍ପର୍କ ଅଧିକାରୀ ଏବଂ ଅତିରିକ୍ତ ଆରକ୍ଷୀ ଆୟୁକ୍ତ ଚିନ୍ମୟ ବିଶ୍ୱାଳ ଅନ୍ତର୍ଭୁକ୍ତ। ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ପୋଲିସର ମୁଖ୍ୟ ଦପ୍ତର ସହିତ ସମସ୍ତ ଥାନା ଏବଂ ସମସ୍ତ ଶାଖାରେ ବହୁ ସଂଖ୍ୟକ ପୋଲିସ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨,୭୫୧ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଗତବର୍ଷ ମେ ୧ ତାରିଖ ପରବର୍ତ୍ତୀ ସମୟରେ ସର୍ବାଧିକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ଦିଲ୍ଲୀରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୪୯,୭୩୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୦,୭୩୩ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଦିଲ୍ଲୀରେ ୧୦,୧୭୯ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୧୪,୬୩,୮୩୭ ଜଣ ସୁସ୍ଥ ହୋଇସାରିଲେଣି। ତେବେ ଡାକ୍ତର, ପୋଲିସଙ୍କ ଭଳି ସମ୍ମୁଖ ଭାଗର କୋଭିଡ ଯୋଦ୍ଧା ଅଧିକରୁ ଅଧିକ ସଂଖ୍ୟାରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନର ଚିନ୍ତା ବଢାଇ ଦେଇଛି।






More Stories
ଚମକିଲେ ଚିରାଗ ପାଶୱାନ,୨୨ସିଟରେ ଆଗୁଆ…..
ଦିଲ୍ଲୀ ବିସ୍ଫୋରଣ:ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ…..
ବିହାର ଭୋଟ ଗଣତି : ୧୯୦ ସିଟରେ ଆଗୁଆ ଏନଡିଏ….