ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ସାଂଘାତିକ ହେଲାଣି କୋଭିଡ ସ୍ଥିତି । ଏହାର ମୁକାବିଲା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। ପର୍ଯ୍ୟାପ୍ତ ଅକ୍ସିଜେନ ବ୍ୟବସ୍ଥା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟାର ଅକ୍ସିଜେନ ବଫର୍ ଷ୍ଟକ ରଖିବାକୁ ସବୁ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି ରାଜେଶ । ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ ବୋଲି ସେ କହିଛନ୍ତି । ଏହାସହ ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଅକ୍ସିଜେନ ରଖନ୍ତୁ । ସବୁ ଜିଲ୍ଲାରେ ଅକ୍ସିଜେନ କନ୍ସେଣ୍ଟେଟର୍ ବ୍ୟବସ୍ଥା କରାଯାଉ । ଉଚ୍ଚସ୍ତରୀୟ ହସ୍ପିଟାଲରେ ଜୀବନ ରକ୍ଷାକାରୀ ଉପକରଣ ପ୍ରସ୍ତୁତ କରନ୍ତୁ । ବିଶୋଧନର ନିୟମ ପାଳନ କରି ନିୟମିତ ଭାବେ ଅକ୍ସିଜେନ ସିଲିଣ୍ଡର ଡେଲିଭରି କରାଯାଉ । ଏନେଇ ପ୍ରାଇଭେଟ ସଂସ୍ଥାଗୁଡ଼ିକ ସହିତ ମଧ୍ୟ ଉତ୍ତମ ଯୋଗାଯୋଗ କରିବାକୁ କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଅକ୍ସିଜେନ ଯୋଗାଣ ନେଇ ସମ୍ଭାବ୍ୟ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପାଇଁ ଅକ୍ସିଜେନ କଣ୍ଟ୍ରୋଲ ରୁମ୍କୁ ପୁଣି ଥରେ କାଯର୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି ରାଜେଶ ଭୂଷଣ ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..