Report Card Odisha

| Daily Odia News

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | କରୋନା ସଂକ୍ରମଣକୁ ନେଇ ଅପରାହ୍ଣ ସାଢ଼େ ୪ଟାରେ ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ କରୋନା ସଂକ୍ରମଣ ଓ ଟିକାକରଣ ଉପରେ ଆଲୋଚନା ହେବ । ଏଥିସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି । ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ୁଥିବାରୁ ଲକଡାଉନ୍‍ କଟକଣା ଲଗାଇବାକୁ ନେଇ ମଧ୍ୟ ଆଲୋଚନା ହୋଇପାରେ। ଏହି ବୈଠକରେ ଅମ୍ଳଜାନ ସିଲିଣ୍ଡର, ଭେଣ୍ଟିଲେଟର୍ସ, ଆଇସିୟୁ, ଶଯ୍ୟା ଓ ଭ୍ୟାକ୍ସିନ ଉପରେ ମଧ୍ୟ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ।

 

Breaking News