ରିପୋର୍ଟ କାର୍ଡ / କଟକ
ମକର ସଂକ୍ରାନ୍ତି ପାଇଁ ଧବଳେଶ୍ବର ପୀଠରେ କଟକଣା । କୋଭିଡ କଟକଣା ପାଳନ ନିମନ୍ତେ ପୀଠରେ ୧୪୪ ଧାରା ଜାରି କଲା ପ୍ରଶାସନ । ସମ୍ଭାବ୍ୟ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଆଠଗଡ଼ ଉପଜିଲ୍ଲପାଳ ହେମନ୍ତ କୁମାର ସ୍ବାଇଁଙ୍କ ସୂଚନା ଇ ପ୍ରତି ବର୍ଷ ମକର ସଂକ୍ରାନ୍ତିରେ ହଜାର ହଜାର ଲୋକଙ୍କ ଭିଡ ଜମିଥାଏ । ତେଣୁ ଏହାକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି । ଶୁକ୍ରବାର ବା ୧୪ ତାରିଖ ସକାଳ ୬ଟା ଠାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ମକର ସଂକ୍ରାନ୍ତିରେ ଧବଳେଶ୍ଵରଙ୍କ ପୀଠକୁ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ନଆସିବା ପାଇଁ ଅନୁରୋଧ କରିଛନ୍ତି ଉପଜିଲ୍ଲାପାଳ । ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୦ହଜାରୁ ଅଧିକ କେସ୍ ସାମ୍ନାକୁ ଆସିଥିବା ବେଳେ ୩ଜଣଙ୍କ ମୃତ୍ୟୁ ହୋଇଛି ।






More Stories
ଆଜିଠୁ କେନ୍ଦ୍ର ବିରୋଧରେ କଂଗ୍ରେସର ରଣହୁଙ୍କାର…..
ସହିଦନଗର ଗଣଦୁଷ୍କର୍ମକୁ ନେଇ ନବୀନଙ୍କ ଉଦବେଗ…..
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଯୁବ କଂଗ୍ରେସ…..