ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜିଠୁ ପୁଣି ବଢ଼ିବ ଶୀତ। ବର୍ଷାର ପରିମାଣ କମି ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ। କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ | ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଂଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବାକି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ। କାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ। ୧୮ ଏବଂ ୧୯ ତାରିଖରେ ସକାଳେ ଘନ କୁହୁଡ଼ି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……