ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୧ ହଜାର ଉପରେ ରହୁଛି | ଏସବୁ ଭିତରେ ରାଜ୍ୟରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କହିଛନ୍ତି, ‘ସଂକ୍ରମଣ ହାର ଅଧିକ ରହୁଛି, କିଛି ସ୍ଥାନରେ ଆର୍ ଭାଲ୍ୟୁ ଅଧିକ ରହିବ। ଭୟଭୀତ ହୁଅନ୍ତୁନି, ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଲକ୍ଡାଉନ୍ କି ସଟ୍ଡାଉନ୍ କରିବା ଭଳି ସ୍ଥିତି ରାଜ୍ୟରେ ଆସି ନାହିଁ। କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି। କେତେ ଟେଷ୍ଟିଂ ବଢ଼ାଯାଇ ପାରିବ ସ୍ୱାସ୍ଥ୍ୟ ବିଭାଗ ବିଚାର ବିମର୍ଶ କରୁଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଟେଷ୍ଟିଂ ବଢ଼ାଇବାକୁ କାର୍ଯ୍ୟ କରୁଛୁ।’
More Stories
ଶିଶୁ ଜଳିଯିବା ଘଟଣା; କ୍ଷତିପୂରଣ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ….
ପାରାଦୀପ ପ୍ରଗତିର ମୁଖଶାଳା:ମୁଖ୍ୟମନ୍ତ୍ରୀ…..
୨୧ରୁ ଖରିଫ ଧାନ କିଣା ଆରମ୍ଭ…..