ରିପୋର୍ଟ କାର୍ଡ / ଭୁବନେଶ୍ଵର
ପଞ୍ଚାୟତ ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ମଦ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ରୋକ ଲଗାଯାଇଛି । ଯେଉଁ ସ୍ଥାନରେ ନିର୍ବାଚନ ହେବ ସେଠାରେ ୪୮ ଘଣ୍ଟା ପୂର୍ବରୁ ମଦ ବିକ୍ରି ଓ ମଦ୍ୟପାନ ଉପରେ କଟକଣା ଲାଗୁ କରାଯାଇଛି । ଏହା ସହିତ ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ବ୍ୟବହାର ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଭୋଟ ହେବାର ୪୮ ଘଣ୍ଟା ପୂର୍ବ ସମୟ ଠାରୁ ଗୋଟିଏ ଦିନ ପରଯାଏଁ ମଦ ଉପରେ ନିଶେଧାଦେଶ ଲାଗୁ କରାଯାଇଛି । ହୋଟେଲ, ରେଷ୍ଟୁରାଣ୍ଟ ଓ ଦୋକାନ ମାନଙ୍କରେ ମଧ୍ୟ ସମାନ କଟକଣା ଜାରି କରାଯାଇଛି । ସେହିପରି ଭୋଟ ଦେବା ପାଇଁ ସବୈତନିକ ଛୁଟି ଦେବା ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସଂସ୍ଥାରେ ଏହି ସୁବିଧା ପ୍ରଦାନ କରାଯିବ । ଫେବୃୟାରୀ ୧ ତାରିଖରୁ ମାର୍ଚ୍ଚ ୧୪ ତାରିଖ ଯାଏଁ ଏହି କଟକଣା ଲାଗୁ କରାଯିବ ।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……