ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୯ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସଂଗରୋଧରୁ ୫,୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ୪,୧୩୪ ଜଣ । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯୭୨ ପଜିଟିଭ୍ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨,୯୪୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୧୪, ବାଲେଶ୍ୱର ୨୮୬, ବରଗଡ ୧୭୨, ଭଦ୍ରକ ୧୨୯, ବଲାଙ୍ଗିର ୨୮୮, ବୌଦ୍ଧ ୧୨୦, କଟକ ୭୭୪, ଦେବଗଡ ୪୭, ଢେଙ୍କାନାଳ ୯୫, ଗଜପତିରୁ ୮୮ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୬୯, ଜଗତସିଂହପୁର ୧୫୨, ଯାଜପୁର ୨୫୬, ଝାରସୁଗୁଡା ୧୬୮, କଳାହାଣ୍ଡି ୧୭୧, କନ୍ଧମାଳ ୯୧, କେନ୍ଦ୍ରାପଡା ୯୯, କେନ୍ଦୁଝରରେ ୧୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ କୋରାପୁଟ ୧୭୪, ମାଲକାନଗିରି ୫୬, ମୟୁରଭଞ୍ଜ ୨୯୫, ନବରଙ୍ଗପୁର ୧୫୬, ନୟାଗଡ ୨୯୨, ନୂଆପଡା ୧୭୩, ପୁରୀ ୧୪୬, ରାୟଗଡା ୨୭୪, ସମ୍ବଲପୁର ୨୦୬, ସୋନପୁର ୧୧୭, ସୁନ୍ଦରଗଡ ୧,୧୩୪ ଷ୍ଟେଟପୁଲରୁ ୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮,୪୭୧ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୦ଲକ୍ଷ ୮୯ହଜାର ୩୩ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୮୭ହଜାର ୨୯୫କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯ହଜାର ୭୦୨ ଜଣ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜି ୬ ମୃତଙ୍କଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..
‘ବିକଶିତ ଗାଁ,ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ….
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ…..