ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବାଲେଶ୍ବରର ସୋରୋ ଠାରେ ବସ୍ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି | ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ବସଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..