ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ରାଜ୍ୟରୁ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, ପୁରୀ, ମୟୂରଭଞ୍ଜ, ରାୟଗଡ଼ା, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।





More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..