ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି । ଏହି ତାଲିକାକୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଓ ବ୍ରହ୍ମପୁର ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଅନ୍ୟପଟେ କଟକ ମେୟର ଆସନ ଅଣ-ସଂରକ୍ଷିତ ରହିଛି । ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ସବୁ ମ୍ୟୁନିସିପାଲ କମିସନର ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ । ୨୦୧୧ ଜନଗଣନା ଅନୁଯାୟୀ ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ହୋଇଛି । ୫ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ସୀମା ପୁନଃ ନିର୍ଦ୍ଧାରଣ ହୋଇଛି । ଅଣସୂଚିତ ଅଞ୍ଚଳରେ ରହିବନି ଓବିସି ସଂରକ୍ଷଣ । ଭୁବନେଶ୍ୱ୍ୱରର ୬୭ଟି ୱାର୍ଡ, କଟକର ୫୯ଟି ୱାର୍ଡ ଓ ବ୍ରହ୍ମପୁରର ୪୨ଟି ୱାର୍ଡରେ ନିର୍ବାଚନ ହେବ । ଭୁବନେଶ୍ୱରର ୨ ଓ ୩୪ ଓ ୧୩ ନମ୍ବର ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ସେହିପରି ୩୬, ୧୮ ଓ ୨୧ ନମ୍ବର ୱାର୍ଡ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରଖାଯାଇଛି । ୨୨ ଓ ୨୬ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ ୮ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ରହିଛି ।






More Stories
ଓଡ଼ିଶାରେ SIR ସ୍ଥଗିତ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ…..