ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାଡରେ ଥରିବ ଓଡିଶା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ୧୦ଟି ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବା ରେକର୍ଡ କରାଯାଇଛି। ଦାରିଙ୍ଗବାଡି ଏବଂ ଫୁଲବାଣୀରେ ସର୍ବନିମ୍ନ ୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର, ଭବାନୀପାଟଣା ଓ ସୋନପୁର ସହରରେ ୮ ଡିଗ୍ରୀ ତାପମାତ୍ରା, ଝାରସୁଗୁଡ଼ାରେ ୮.୪ ଡିଗ୍ରୀ, କୋରାପୁଟ, ନୟାଗଡ଼, ବଲାଙ୍ଗିର ଓ ଅନୁଗୁଳରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……