ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତିଙ୍କୁ ପଦୋନ୍ନତି ମିଳିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସେମାନଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ୍ । ଗତ ୨୯ ତାରିଖରେ କଲେଜିୟମ୍ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଲାଗି ୪ ଆଡଭୋକେଟ୍ ମାନଙ୍କ ନାମକୁ ଅନୁମୋଦନ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ୍ । ବିଚାରପତି ପାଇଁ ଆଇନଜୀବୀ ଭି. ନରସିଂହା, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶତପଥୀ ଓ ଶ୍ରୀରମଣ ମୁରାହରିଙ୍କ ନାମ ଅନୁମୋଦନ କରିଛନ୍ତି ସୁପ୍ରିମକୋର୍ଟ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟରେ ୧୮ ଜଣ ବିଚାରପତି ଅଛନ୍ତି । ନୂଆ ୪ ଜଣଙ୍କର ଯୋଗଦାନ ପରେ ଏହି ସଂଖ୍ୟା ୨୨କୁ ବୃଦ୍ଧି ପାଇବ । ଓଡ଼ିଶା ହାଇକୋର୍ଟଙ୍କ ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ରହିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..