ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଆଜି ରାଜ୍ୟରୁ ୧୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..
କେନ୍ଦ୍ରାପଡାରେ ଫୁଟିଲା ଗୁଳି……
ନୂଆପଡା ମତଗଣନା: ଆଗରେ ବିଜେପି…..