Report Card Odisha

| Daily Odia News

୭ ରୁ ଖୋଲିବ ସ୍କୁଲ-କଲେଜ…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଆସନ୍ତା ୭ ତାରିଖରୁ ସ୍କୁଲ ଏବଂ କଲେଜ ଖୋଲିବ। ଆଜି ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କୋଭିଡ୍‌ କଟକଣାକୁ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ । ସ୍କୁଲ କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ । ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ । ଏହା ସହିତ ଫେବୃଆରୀ ୧୪ ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସ୍କୁଲ ଯିବେ । ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ରେ ପାଠପଢା ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀ ମାନେ ପସନ୍ଦ ମୁତାବକ ମାଧ୍ୟମ ବାଛିପାରିବେ। ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବା ପରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି |

Breaking News