Report Card Odisha

| Daily Odia News

ଲୋକପ୍ରିୟତା ଅର୍ଜନ କରିପାରନ୍ତି……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ଧର୍ମୀୟ କାର୍ଯ୍ୟରେ ଧନ ବ୍ୟୟ କରି ଆତ୍ମସନ୍ତୋଷ ଲାଭ କରିବେ। କର୍ମଚଞ୍ଚଳ ରହିବେ। ମଧୁର ଭାଷା ଓ ବ୍ୟବହାରରେ ପରକୁ ଆପଣାର କରିବେ। ରାଜଯୋଗ ଅଛି। ସାହସୀ ହେବେ।
ବୃଷ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ମିଥୁନ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛାଭାବ ରହିବ।
କର୍କଟ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହୋଇପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
କନ୍ୟା : ବନ୍ଧୁ ମିଳନ ମନରେ ନବ ଜାଗରଣ ସୃଷ୍ଟିକରିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ।
ତୁଳା : କ୍ରୋଧ ସମ୍ବରଣ କଲେ ଜନକଲ୍ୟାଣ ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିିପାରନ୍ତି। ଶକ୍ତିମାନ୍‌ ଓ ଶତ୍ରୁହନ୍ତା ହେବେ। ଚାକିରିରେ ପ୍ରଶଂସା ମିଳିବ।
ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ପ୍ରଶଂସିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ଯୁକ୍ତ ହେବେ।
ଧନୁ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମକର : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହୋଇପାରନ୍ତି। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି।
କୁମ୍ଭ : ଆଦର, ସମ୍ମାନର ପାତ୍ର ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ।
ମୀନ : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ପ୍ରାପ୍ତ ହେବେ। ଲୋକପ୍ରିୟ ହେବେ। ସାମାଜିକ ଗୌରବପ୍ରାପ୍ତ ହେବେ। ମିଷ୍ଟାନ୍ନ ମିଳିବ।

Breaking News