Report Card Odisha

| Daily Odia News

ହାଇକୋର୍ଟରେ ନିଯୁକ୍ତ ହେଲେ ୩ ନୂଆ ବିଚାରପତି…..

ରିପୋର୍ଟ କାର୍ଡ / କଟକ

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ମୁରାହରି ଶ୍ରୀମଣ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେବ। କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାରି ବିଜ୍ଞପ୍ତି ଅନୁସାରେ ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ହାଇକୋର୍ଟରେ ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଚନ୍ତି। ଏହି ୩ ଜଣ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।

Breaking News