ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ମୁରାହରି ଶ୍ରୀମଣ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେବ। କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାରି ବିଜ୍ଞପ୍ତି ଅନୁସାରେ ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ହାଇକୋର୍ଟରେ ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଚନ୍ତି। ଏହି ୩ ଜଣ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……