Report Card Odisha

| Daily Odia News

ରାଜ୍ୟରେ ଆଜି ୧,୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୪ ମୃତ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୪୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୨ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧୯, ବାଲେଶ୍ୱର ୪୦, ବରଗଡ ୨୩, ଭଦ୍ରକ ୨୫, ବଲାଙ୍ଗିର ୧୦, ବୌଦ୍ଧ ୨୭, କଟକ ୮୫, ଦେବଗଡ ୩୭, ଢେଙ୍କାନାଳ ୧୧, ଗଜପତିରୁ ୪୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫୫, ଜଗତସିଂହପୁର ୩୫, ଯାଜପୁର ୫୦, ଝାରସୁଗୁଡା ୨୩, କଳାହାଣ୍ଡି ୩୫, କନ୍ଧମାଳ ୨୦, କେନ୍ଦ୍ରାପଡା ୩୮, କେନ୍ଦୁଝରରେ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ ୭୨, ମାଲକାନଗିରି ୧, ମୟୂରଭଞ୍ଜ ୫୩, ନବରଙ୍ଗପୁର ୩୨, ନୟାଗଡ ୩୬, ନୂଆପଡା ୨୬, ପୁରୀ ୩୩, ରାୟଗଡା ୭୫, ସମ୍ବଲପୁର ୬୫, ସୋନପୁର ୧୭, ସୁନ୍ଦରଗଡ ୧୨୪ ଷ୍ଟେଟପୁଲରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨, ୪୮୩ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୩ ହଜାର ୯୧୪ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୬ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୨୮୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |ସେହିପରି ରାଜ୍ୟରୁ ଆଜି ୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୬ଜଣ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News