ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ଏମ.ଫିଲ୍, ପିଏଚଡି ଓ ଡି.ଲିଟ୍ ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏହି ସମସ୍ତ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀମାନେ ଏକ ସମୟରେ ନାମ ଲେଖାଇବେ । ଏହି ନୂଆ ନୀତି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟମାନଙ୍କରେ ଲାଗୁ ହେବ । ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଅଭିନବ ପଦକ୍ଷେପ ନିଆଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏ ବିଷୟରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି । ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଏକ ସମୟରେ ଗବେଷଣା ପାଠ୍ୟକ୍ରମରେ ନାମଲେଖା ହେବ । ପରବର୍ତ୍ତୀ ସମୟରେ ପାଠ୍ୟକ୍ରମର ସୀମା ମଧ୍ୟ ନିର୍ଦ୍ଧାରଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..