Report Card Odisha

| Daily Odia News

ରାଜ୍ୟରେ ଆଜି ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ମୃତ୍ୟୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ଆଉ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେହିପରି ୧୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସଂଗରୋଧରୁ ୩୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୨୨୪ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୪୭ ପଜିଟିଭ୍ । ସୁନ୍ଦରଗଡ଼ରୁ ସର୍ବାଧିକ ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧, ବାଲେଶ୍ୱର ୧୫, ବରଗଡ ୮, ଭଦ୍ରକ ୬, ବଲାଙ୍ଗିର ୫, ବୌଦ୍ଧ ୮, କଟକ ୧୫, ଦେବଗଡ ୨, ଢେଙ୍କାନାଳ ୩, ଗଜପତିରୁ ୨୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩, ଜଗତସିଂହପୁର ୫, ଯାଜପୁର ୨୬, ଝାରସୁଗୁଡା ୬, କଳାହାଣ୍ଡି ୧୩, କନ୍ଧମାଳ ୪, କେନ୍ଦ୍ରାପଡା ୫, କେନ୍ଦୁଝରରେ ୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଖୋର୍ଦ୍ଧା ୯୩ କୋରାପୁଟ ୧୭, ମାଲକାନଗିରି ୧, ମୟୂରଭଞ୍ଜ ୧୪, ନବରଙ୍ଗପୁର ୫, ନୟାଗଡ ୨୧, ନୂଆପଡା ୧୦, ପୁରୀ ୮, ରାୟଗଡା ୩୨, ସମ୍ବଲପୁର ୧୭, ସୋନପୁର ୧୦, ଷ୍ଟେଟପୁଲରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୨୭୨ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୬୫ ହଜାର ୮୪୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୯୮୯କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୯୯ ରହିଛି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ଆଜିର୧୮ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

Breaking News