ରିପୋର୍ଟ କାର୍ଡ / ଭୁବନେଶ୍ୱର
ପରପାରିକୁ ଚାଲିଗଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ | ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଖବର ହସ୍ତଗତ ହୋଇଛି | ବିଶେଷ ସୂତ୍ର ରୁ ସୂଚନା ଅନୁଯାୟୀ ଦୀର୍ଘ ଦିନହେବ ସେ ଅସୁସ୍ଥ ଥିଲେ | ଗତ କିଛିଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ | ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସେ ୧୯୮୯ ରୁ ୯୦ ପ୍ରଥମ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ସେହିଭଳି ୧୯୯୯ ରୁ ୨୦୦୦ ଦ୍ୱିତୀୟ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାର ତୁଲାଇଥିଲେ | ସେ ପ୍ରଥମଥର ପାଇଁ ଓଡ଼ିଶାର ଜନଜାତିରୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ | ସେ ୨୦୦୯ରୁ ୨୦୧୪ ପର୍ୟ୍ୟନ୍ତ ସୁନ୍ଦରଗଡ଼ ସାଂସଦ ରହିଥିଲେ । ୧୯୭୪ରେ ହେମାନନ୍ଦ ବିଶ୍ୱାଳ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ଖବର କୁ ନେଇ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି |






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..