ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀରର ସମ୍ବା ଜିଲ୍ଲାରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ କାର ଗଭୀର ଖାଇକୁ ଖସି ୫ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। କାରଟି ପଞ୍ଜାବରୁ ଶ୍ରୀଗଗର ଯାଉଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାରୀ କାର୍ଯ୍ୟ ଜାରି ରଖିଛନ୍ତି। ଘଟଣାର ତଦନ୍ତ କରାଯାଉଛି। ତେବେ ଦୁର୍ଘଟଣାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..