ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଲେଖିଛନ୍ତି ଓଡ଼ିଶା ଏବେ ବିକାଶ ପଥରେ ଅଗ୍ରସର ହେଉଛି । ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ବିକାଶର ବିସ୍ତୃତ ନକ୍ସା ଆଙ୍କିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ ତାଙ୍କର ପ୍ରତିଟି କାମ ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ କରିଛନ୍ତି । ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ….