ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପୌରନିର୍ବା ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିଲା | ଭୁବନେଶ୍ୱର ଓ କଟକର ଦୁଇ ମହାନଗର ନିଗମର ବିଜେଡି ଓ ବିଜେପିର ମେୟର ପ୍ରାର୍ଥୀମାନେ ନିଜ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଭୁବନେଶ୍ୱର ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ଓ ବିଜେପିର ମେୟର ପ୍ରାର୍ଥୀ ଡକ୍ଟର ସୁନୀତି ମୁଣ୍ଡ ବିଶାଳ ରାଲିରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଠିକ୍ ସେହିପରି କଟକର ବିଜେଡି ମେୟର ପ୍ରାର୍ଥୀ ସୁବାସ ସିଂହ ନିଜର ସମର୍ଥକମାନଙ୍କ ଗହଣରେ ବିଶାଳ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ମନ୍ତ୍ରୀ ପ୍ରତାପ ଜେନା ଓ ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପ୍ରମୁଖଙ୍କୁ ଦେଖିବାକୁ ମିଳିଥିଲା । ଏଣେ ବିଜେପିର ମେୟର ପ୍ରାର୍ଥୀ ଅଭିନେତାରୁ ରାଜନେତା ବନିଥିବା ଶ୍ରୀତମ ଦାସ ମଧ୍ୟ କଟକ ବିଜେପିର ଅଧିକାଂଶ ଆଗଧାଡ଼ିର ନେତା ଓ କର୍ମୀମାନଙ୍କ ସହ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ଅବସରରେ ଶ୍ରୀତମଙ୍କ ସହିତ ବରିଷ୍ଠ ବିଜେପି ନେତା ନୟନ କିଶୋର ମହାନ୍ତି, ଦିଲୀପ ମଲିକ ଓ ବିନୋଦ ଦାଶ ପ୍ରମୁଖଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବରୁ କଂଗ୍ରେସର କଟକ ଲାଗି ମେୟର ପ୍ରାର୍ଥୀ ଗିରିବାଳା ବେହେରା ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି। ଉଭୟ ବିଜେଡି ଓ ବିଜେପି ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିବା ପରେ ନିଜର ବିଜୟ ନେଇ ଆଶା ପ୍ରକାଶ କରିଛନ୍ତି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..