ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪ ଓ ସ୍ଥାନୀୟ ଅଞ୍ଚଳରୁ ୪୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୩୫୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୫୦ ରହିଥିବା ବେଳେ ୧ ହଜାର ୪୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ରୁ ଜଣେ, ବଲାଙ୍ଗୀର ୩, ବୌଦ୍ଧ ୮, କଟକ ୮, ଦେଓଗଡ଼ ଜଣେ, ଢେଙ୍କାନାଳ ଜଣେ, ଗଜପତି ୧୬, ଗଞ୍ଜାମ ୭ଜଣ, ଜଗତସିଂହପୁର ଜଣେ, ଯାଜପୁର ୩, ଝାରସୁଗୁଡ଼ା ୩, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୭, ଖୋର୍ଦ୍ଧା ୧୪, ମୟୁରଭଞ୍ଜ ଜଣେ, ନବରଙ୍ଗପୁର ୬, ନୂଆପଡ଼ା ଜଣେ, ରାୟଗଡ଼ା ଜଣେ,ସମ୍ବଲପୁର ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ୯, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।ରାଜ୍ୟରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..