ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାରଠୁ ଆରମ୍ଭ ହେବ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ନାଏବ ସରପଞ୍ଚ ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ୧୨ରେ ବ୍ଲକ ଅଧ୍ୟକ୍ଷଙ୍କ ଲାଗି ନିର୍ବାଚନ ହେବ । ଏହା ପରେ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ପାଇଁ ହେବ। ଯେଉଁ ଗ୍ରାମପଞ୍ଚାୟତରେ ସରପଞ୍ଚ ଏବଂ ଅଧାରୁ ଅଧିକ ୱାର୍ଡ ମେମ୍ବର ନିର୍ବାଚିତ ହୋଇଛନ୍ତି। ସେଠାରେ ନାଏବ ସରପଞ୍ଚ ନିର୍ବାଚନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ କୋରମର ବ୍ୟବସ୍ଥା ରହିଛି । ନାଏବ ସରପଞ୍ଚ ପାଇଁ ଦିନ୧୦ ଟାରୁ ୧୧ଟା ଭିତରେ ପ୍ରାର୍ଥୀପତ୍ର ଦଖଲ କରିବେ। ଜଣେ ସରପଞ୍ଚ ପୁରୁଷ ଥିଲେ ନାଏବ ସରପଞ୍ଚ ମହିଳା ହେବେ। କିନ୍ତୁ ସରପଞ୍ଚ ମହିଳା ଥିଲେ ନାଏବ ସରପଞ୍ଚ ମହିଳା ରହିପାରିବେ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……