ରିପୋର୍ଟ କାର୍ଡ / ବାଲୁଗାଁ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ ପାଇଁ ଆସିଥିବା ବେଳେ ଆକ୍ରମଣ ହୋଇଛି । ବ୍ଲକ ଅଧ୍ୟକ୍ଷ ନିର୍ବାଚନ ନିମନ୍ତେ ଆଜି ବାଣପୁର ବ୍ଲକ କାର୍ଯ୍ୟାଳୟରେ ଶତାଧିକ ଲୋକ ରୁଣ୍ଡ ହୋଇଥିବା ବେଳେ ହଠାତ୍ ଭିଡ଼ ଭିତରକୁ ଗାଡ଼ି ପଶାଇଦେଲେ ବିଧାୟକ । ବିଧାୟକଙ୍କ ଗାଡ଼ି ଚାପାରେ ପ୍ରାୟ ୨୨ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଣପୁର ଆଇଆଇସିଙ୍କ ସମେତ ୭ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଥିବା ଜଣାଯାଇଛି। ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଧୂମ ପିଟି ଲହୁଲୁହାଣ କରିଥିବା ବେଳେ ତାଙ୍କ ଗାଡ଼ିରେ ନିଆଁ ଳଗାଇ ଦେଇଛନ୍ତି। ଏହି ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..