ରିପୋର୍ଟ କାର୍ଡ / ପୁରୀ
ଆଜି ୫ଟାରେ ବସିବା ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା | ତେବେ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିରେ ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଯୋଗ ଦେବେ। ଏହି ବୈଠକରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ସହ ରବିବାର ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ କି ନାହିଁ ସେନେଇ ଆଲୋଚନା କରାଯିବ। ସେହିପରି ଶ୍ରୀମନ୍ଦିର ନୀତି କାନ୍ତି ଓ ଶୃଙ୍ଖଳିତ ଦର୍ଶନ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସୂଚନା ମିଳିଛି।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..