ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ପଇସା ବୃଦ୍ଧି ପାଇଥିବା ବେଳେ ଏଲପିଜି ସିଲିଣ୍ଡର ଦର ୫୦ଟଙ୍କା ବୃଦ୍ଧି ପାଇଛି। ୧୪.୨କେଜି ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୦ଟଙ୍କା ବୃଦ୍ଧି ପାଇଥିବା ବେଳେ ଗୋଟେ ସିଲିଣ୍ଡର କିଣିବା ପାଇଁ ୯୪୯.୫୦ ଟଙ୍କା ଦେବାକୁ ହେବ। ଏଲପିଜି ସିଲିଣ୍ଡରର ଦର ଅକ୍ଟୋବର ୬, ୨୦୨୧ରେ ବୃଦ୍ଧି ପାଇଥିଲା। ଦର ବୃଦ୍ଧି ପରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ଦିଲ୍ଲୀରେ ୯୪୯.୫ ଟଙ୍କାକୁ ବୃଦ୍ଧି ପାଇଛି। ପୂର୍ବରୁ ଏହାର ଦାମ୍ ୮୯୯.୫୦ ଟଙ୍କା ଥିଲା। ଅନ୍ୟପକ୍ଷରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୭୬ ଟଙ୍କାକୁ ବୃଦ୍ଧି ପାଇଛି। ଏହାପୂର୍ବରୁ କୋଲକାତାରେ ଏହାର ମୂଲ୍ୟ ୯୨୬ଟଙ୍କା ଥିଲା। ବର୍ତ୍ତମାନ ଭୁବନେଶ୍ୱରରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୭୬ଟଙ୍କା ରହିଛି । ପୂର୍ବରୁ ଭୁବନେଶ୍ବରରେ ଏଲପିଜି ସିଲିଣ୍ଡର ମୂଲ୍ୟ ୯୨୬ଟଙ୍କା ରହିଥିଲା ।
More Stories
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….
ବିସ୍ଫୋରଣ ହେଲା ଆଇସଲ୍ୟାଣ୍ଡ ଆଗ୍ନେୟଗିରି….
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..