ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫଟୋଗ୍ରାଫର ମାନସ ହତ୍ୟା ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି | ବର୍ତ୍ତମାନ ସୁଦ୍ଧା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହ ଯାଉଥିବା ୱେବ୍ ପୋର୍ଟାଲର ମାଲିକାଣି ଶର୍ମିଷ୍ଠା ରାଉତ ଫେରାର ରହିଛନ୍ତି | ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ | ଏନେଇ ଆଜି ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି | ଶର୍ମିଷ୍ଠାଙ୍କୁ ଧରିବା ସହ ତଦନ୍ତକୁ ଅଗ୍ରଗତି କରାଇବାକୁ କ୍ରାଇମବ୍ରାଞ୍ଚ ପୋଲିସକୁ ସହଯୋଗ କରିବ | ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ଯେ ଏହି ଘଟଣା ଉପରୁ ପରଦା ଉଠାଇବାକୁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି | ସୂଚନାଯୋଗ୍ୟ, ଚାନ୍ଦବାଲି ଥାନାରେ ମାନସଙ୍କ ନିଖୋଜ ନେଇ ୨୦୨୨, ଫେବ୍ରୁଆରି ୧୪ରେ ପରିବାର ତରଫରୁ ଏତଲା ଦିଆଯିବାପରେ ପୁଲିସ ଆଇପିସିର ଦଫା ୩୬୩ ଓ ୩୪ରେ ମାମଲା ରୁଜୁ କରିଥିଲା।





More Stories
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..