ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଆଜି ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨, ବରଗଡ଼ ୧,ବୌଦ୍ଧ ୧, ଗଜପତି ୮, ଗଞ୍ଜାମ ୨ , ଜଗତସିଂହପୁର ୧, ଯାଜପୁର ୬ଜଣ, ଝାରସୁଗୁଡ଼ା ୧, କେନ୍ଦ୍ରାପଡ଼ା ୨, ଖୋର୍ଦ୍ଧା ୬, ମୟୁରଭଞ୍ଜ ୧ , ସମ୍ବଲପୁର ୨ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..