ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦ୍ଵିତୀୟ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଯୋଗୀ ଆଦିତ୍ୟନାଥ | ଆଜି ଲକ୍ଷ୍ନୌ ସ୍ଥିତ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ୍ ଷ୍ଟାଡିୟମ୍ରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ଯୋଗୀଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ | ମୁଖ୍ୟମନ୍ତ୍ରୀ ଯାେଗୀ ଆଦିତ୍ୟନାଥ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ସମେତ କ୍ୟାବିନେଟରେ ୫୩ ଜଣଙ୍କୁ ସାମିଲ୍ କରାଯାଇଛି।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..