ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଆଜି ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୪୨୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୮୧୯ ରହିଥିବା ବେଳେ ୪୩୧ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାଲେଶ୍ୱର ୩, ବଲାଙ୍ଗୀର ୧, ବୌଦ୍ଧ ୨, କଟକ ୧ , ଗଜପତି ୬, ଗଞ୍ଜାମ ୨, ଯାଜପୁର ୩, ଝାରସୁଗୁଡ଼ା ୨, କନ୍ଧମାଳ ୧ , କେନ୍ଦ୍ରାପଡ଼ା ୭, ଖୋର୍ଦ୍ଧା ୫,କୋରାପୁଟ ୧ , ମୟୁରଭଞ୍ଜ ୧ , ନୂଆପଡ଼ା ୧ , ସମ୍ବଲପୁର ୨, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..