ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ରିମାଣ୍ଡରେ ଯିବେ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗିରଫ ଶର୍ମିଷ୍ଠା ରାଉତ । କୋର୍ଟ ଶର୍ମିଷ୍ଠା ରାଉତଙ୍କ ସହ ୪ ଜଣଙ୍କୁ ରିମାଣ୍ଡ ନେବା ପାଇଁ ଅନୁମତି ଦେଇଛନ୍ତି । ଖବର ଅନୁଯାୟୀ, ସୋମବାର ଦିନ ଗିରଫ ପରେ ଚାନ୍ଦବାଲି ଏସ.ଡି.ଜେ.ଏମ. କୋର୍ଟରେ ଶର୍ମିଷ୍ଠା ଏବଂ ଝୁନା ଭୋଇଙ୍କୁ ହାଜର କରାଯାଇଥିଲା। ଶର୍ମିଷ୍ଠା ସହିତ ଏହି ମାମଲାରେ ଗିରଫ ହୋଇଥିବା ମୋଟ ୭ ଜଣଙ୍କୁ ୧୦ ଦିନ ରିମାଣ୍ଡରେ ନେବା ଲାଗି କ୍ରାଇମ ବ୍ରାଞ୍ଚ ଆବେଦନ କରିଥିଲା। ତେବେ କେବଳ ୪ ଜଣଙ୍କୁ ରିମାଣ୍ଡରେ ନେବା ଲାଗି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଏମାନେ ହେଲେ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକ। ଆଜିଠୁ ୫ ଦିନିଆ ରିମାଣ୍ଡ ଆରମ୍ଭ ହେବ। ଏହା ପରେ ଏପ୍ରିଲ ୩ ତାରିଖ ଦିନ ୩ଟା ବେଳେ ଏମାନଙ୍କୁ କୋର୍ଟରେ ହାଜର କରିବା ଲାଗି କ୍ରାଇମ ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଗତକାଲି ବିଚାର ବିଭାଗୀୟ ହାଜତରେ ରାତି କାଟିଛନ୍ତି ଶର୍ମିଷ୍ଠା।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..