Report Card Odisha

| Daily Odia News

ପଦ୍ମ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଆ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଉ ଦୁଇ ଓଡ଼ିଆଙ୍କୁ ପଦ୍ମ ସମ୍ମାନ ରେ ସମ୍ମାନିତ କରାଯାଇଛି । ବିଶିଷ୍ଟ ସାହିତ୍ୟିକା ପ୍ରତିଭା ରାୟଙ୍କୁ ପଦ୍ମ ସମ୍ମାନ ମିଳିଛି । ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି । ସେହିଭଳି ଅଲିମ୍ପିକ୍ସରେ ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତଙ୍କୁ ମଧ୍ୟ ପଦ୍ମ ସମ୍ମାନରେ ସମ୍ମାନିତ କରାଯାଇଛି । ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି । ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ କ୍ୟାବିନେଟ୍ ମନ୍ତ୍ରୀମାନେ ଉପସ୍ଥିତ ରହିଥିଲେ । ମାର୍ଚ୍ଚ ୨୧ ରେ ବିଶିଷ୍ଟ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ଆଧ୍ୟାତ୍ମିକ ଗୁରୁ ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ଏହାସହ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ମଧ୍ୟ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

Breaking News