ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦ୍ରୁତ ଗତିରେ ସଂକ୍ରମଣ ହ୍ରାସପାଉଛି | ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ୧,ବଲାଙ୍ଗୀର ୩, କଟ ୨, ଗଜପତି ଜିଲ୍ଲାରୁ ୫ଜଣ, ଯାଜପୁର ୧, ଝାରସୁଗୁଡ଼ା ୧, କେନ୍ଦ୍ରାପଡ଼ା ୩ , ଖୋର୍ଦ୍ଧା ୫, ମୟୁରଭଞ୍ଜ ୧, ସମ୍ବଲପୁର ୩, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..