ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଆଜି ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି। ଆଉ ୬ ମାସ ପାଇଁ ଅବଧି ବଢାଇବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଅତିରିକ୍ତ ୫ କେଜି ଚାଉଳ ମିଳିବ। ହିତାଧିକାରୀଙ୍କୁ ପ୍ରତିମାସ ଅତିରିକ୍ତ ୫ କେଜି ଚାଉଳ ପ୍ରଦାନ କରାଯିବ। ଏହାଦ୍ୱାରା ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ଖାଦ୍ୟ ନିଗମରୁ ୨୪,୨୭୦ ଟନ୍ ଚାଉଳ ପ୍ରଦାନ କରାଯିବା ସହ ରାଜ୍ୟ ପାଣ୍ଠିରୁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..