ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ସକ୍ରିୟ ହୋଇଛି ଭିଜିଲାନ୍ସ | ଗତକାଲି ଜଣେ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବା ବେଳେ ଆଜି ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ। ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରିରଖିଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ ବନମାଳୀ ନାଏକ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ସୁନ୍ଦରଗଡସ୍ଥିତ ଅଫିସ, ସୁନ୍ଦରଗଡ ତଳଶଙ୍କରା ମୌଜାରେ ଦୁଇଟି ୩ ମହଲା ବିଶିଷ୍ଟ ଘର, ସୁନ୍ଦରଗଡ ତଳଶଙ୍କରା ମୌଜାରେ ଗୋଟିଏ ଦୁଇ ମହଲା ବିଶିଷ୍ଟ ଘର, ସୁନ୍ଦରଗଡ କିଞ୍ଜିରିକେଲା ଥାନା ଅନ୍ତର୍ଗତ କୁକୁରିଡିହିସ୍ଥିତ ପୈତୃକ ଘର, ସୁନ୍ଦରଗଡ ଲେଫ୍ରିପଡା ସରେଇକେଲାସ୍ଥିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସର ଚଢାଉ ରହିଛି । ସୁନ୍ଦରଗଡ ଭିଜିଲାନ୍ସ ସ୍ପେଶାଲ କୋର୍ଟଙ୍କ ନିର୍ଦ୍ଦେଶରେ ଏହି ଚଢାଉ ଜାରି ରହିଛି । ଭିଜିଲାନ୍ସର ଏହି ଚଢାଉରେ ୫ ଜଣ ଡିଏସ୍ପି, ୭ ଜଣ ଇନସ୍ପେକ୍ଟର, ୪ ଜଣ ଏଏସ୍ ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..