ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇଏଏସ୍ ସ୍ତରରେ ଅଦଳ ବଦଳ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରିଥିବା ଡ. ନିକୁଞ୍ଜ କିଶୋର ସୁନ୍ଦରାୟ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ନିକୁଞ୍ଜ ଦାୟିତ୍ୱ ନେବା ପରେ ଅତିରିକ୍ତ ଶାସନ ସଚିବ ଡ. ମୋନା ଶର୍ମାଙ୍କୁ ଏହି ବିଭାଗରୁ ଅବ୍ୟାହତି ଦିଆଯିବ। ସେହିପରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବଙ୍କୁ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଯାଦବ ଅତିରିକ୍ତ ଦାୟିତ୍ୱ ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ବ୍ୟବସାୟ ପ୍ରୋତ୍ସାହନ କମିଶନର,ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଅଧ୍ୟକ୍ଷ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନିର୍ବାହ କରିବେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ସଞ୍ଜୀବ କୁମାର ଚଢ଼ାଙ୍କୁ ସମବାୟ ବିଭାଗର ସଚିବ, କୃଷି ବିପଣନ ନିର୍ଦ୍ଦେଶକ, ଓଡ଼ିଶା ଷ୍ଟେଟ୍ ଏଗ୍ରିକଲଚରାଲ୍ ମାର୍କେଟିଂ ବୋର୍ଡର ସଦସ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଲଘୁ ଖଣି ନିର୍ଦ୍ଦେଶକ ଶୁଭମ ସାକ୍ସେନାଙ୍କୁ ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କୁ ଲଘୁ ଖଣି ନିର୍ଦ୍ଦେଶକ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଯୁଗ୍ମ ସଚିବ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛ । ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ସଚିବ ମନୋଜ କୁମାର ମହାନ୍ତି ଏହି ସୂଚନା ଦେଇଛନ୍ତି ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..