ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ୧,ଯାଜପୁର ୨, କେନ୍ଦ୍ରାପଡ଼ା ୩, ଖୋର୍ଦ୍ଧା ୫, ମୟୁରଭଞ୍ଜ ୫, ସମ୍ବଲପୁର ୪ , ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..