ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରୁ ଆଜି ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯ ଓ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୫୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୩୨୨ ରହିଥିବା ବେଳେ ୨୬୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ରହିଛନ୍ତି ଖୋର୍ଦ୍ଧାରୁ ୯ ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
More Stories
ଆସୁଛି ଲଘୁଚାପ !ପ୍ରବଳ ବର୍ଷା ସମ୍ଭାବନା…..
‘Gen-Z ବଞ୍ଚାଇବ ସମ୍ବିଧାନ: ରାହୁଲ…..
ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ…..