ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର ଓ ଯାଜପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡା, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।






More Stories
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……