ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ବୀର ବିକ୍ରମ ଯାଦବ। ପୁରୀରେ ପହଁଚିବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ସ୍ଵାଗତ କରାଯାଇଛି। ଗତ ଶନିବାର ରାତିରେ ଚୁଲି ଭାଙ୍ଗିବା ଘଟଣାକୁ ନେଇ ସେ ତର୍ଜମା କରିଛନ୍ତି। ଶ୍ରୀମନ୍ଦିରକୁ କିଭଳି ଅଧିକ ସୁରକ୍ଷା ଦିଆଯାଇ ପାରିବ ସେ ନେଇ ଅନୁଧ୍ୟାନ କରିଛନ୍ତି। ୧୯୯୬ ବ୍ୟାଚ୍ IAS ହେଉଛନ୍ତି ବୀର ବିକ୍ରମ ଯାଦବ । ସେ ପୂର୍ବରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ପୂର୍ତ୍ତ ସଚିବ ଭାବେ ମଧ୍ୟ ଅବସ୍ଥାପିତ ହୋଇଛନ୍ତି ବୀର ବିକ୍ରମ ଯାଦବ






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..