ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩ ଜଣ ରହିଛନ୍ତି । ୧୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୧, ବଲାଙ୍ଗୀର ୨, କଟକ ୨, ଗଞ୍ଜାମ ୧, ଜଗତସିଂହପୁର ୧, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୭, ମୟୁରଭଞ୍ଜ ୩, ସମ୍ବଲପୁର ୪, ସୁନ୍ଦରଗଡ ୨ ଓ ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।






More Stories
କେହି କଲେନି ନାମାଙ୍କନ ପ୍ରତ୍ୟାହାର…..
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା…..
ଆଜିଠୁ ବଜେଟ୍ ଅଧିବେଶନର ୨ୟ ପର୍ଯ୍ୟାୟ….