ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସକାଳୁ ସକାଳୁ ଭୁବନେଶ୍ୱରର ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ ଆରମ୍ଭ ହୋଇଯାଇଛି | ଏହାକୁ ବିରୋଧକରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। କିଛି ନୋଟିସ ନଦେଇ ଆଜି ସକାଳୁ ସକାଳୁ ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ ହେଉଥିବାରୁ ବ୍ୟବସାୟୀ ଓ ବାସିନ୍ଦାମାନେ ଅସନ୍ତୋଷ ପ୍ରକାଶ କରିବା ସହ ଏହାକୁ ବିରୋଧ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ- ଉକ୍ତ ଅଞ୍ଚଳରେ ବିଜେପି କର୍ପୋରେଟର ପ୍ରାର୍ଥୀ ଜିତିଥିବାରୁ ରାଜନୈତିକ ଆକ୍ରୋଶ ରଖି ବିଜେଡି ଏପରି କରୁଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ଏନେଇ ଘୋଷଣା କରାଯାଇ ଆଜି ସକାଳୁ ତରବରିଆ ଭାବେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଦୀର୍ଘ ଦିନ ଧରି ବିଏମସି ପକ୍ଷରୁ ଏଠାରେ ଥିବା ଦୋକାନକୁ ଭଙ୍ଗାଯାଉଥିବାକୁ ବି ବିରୋଧ କରାଯାଉଛି। ଏଠାରେ ଥିବା ୩ ଶହ ଦୋକାନ ଭଙ୍ଗାଯାଉଛି। ବ୍ୟବସାୟୀମାନେ ନିଜର ସାମଗ୍ରୀକୁ ସେଠାରୁ ନେବାକୁ ବି ସମୟ ପାଇଲେନି। ଏହାଫଳରେ ଅନେକ ବ୍ୟବସାୟୀ ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା କୁହାଯାଉଛି।






More Stories
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
୨୦ରୁ ସଂସଦର ମୌସୁମୀ ଅଧିବେଶନ…..