ରିପୋର୍ଟ କାର୍ଡ / ବାଲେଶ୍ୱର
ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର କାର୍ଯ୍ୟରତ ସାମ୍ବାଦିକ ଲୋକନାଥ ଦଳେଇଙ୍କୁ ନୀଳଗିରି ଥାନା ଅଧିକାରୀ ଦ୍ରୌପଦୀ ଦାସଙ୍କ ଦୁର୍ବ୍ୟବହାର ଓ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଘଟଣାର ଅନୁଧ୍ୟାନ କରି ରିପୋର୍ଟ କରିବାକୁ ପୂର୍ବାଞ୍ଚଳ ଆଇଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମାନବାଧିକାର କମିଶନ। କେଉଁ ପରିସ୍ଥିତରେ ସାମ୍ବାଦିକଙ୍କ ଗୋଡ଼ରେ ପେଡ଼ି ପଡ଼ିଲା ସେ ନେଇ ଜଣାଇବାକୁ କହିଛନ୍ତି। ୧୫ ଦିନ ମଧ୍ୟରେ ରିପୋର୍ଟ କରିବାକୁ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଅପରପକ୍ଷେ ଏହି ଘଟଣାରେ ଶୁକ୍ରବାର ନିଲମ୍ବିତ ହୋଇଛନ୍ତି ସମ୍ପୃକ୍ତ ଥାନା ହାବିଲଦାର ଚିତ୍ତରଞ୍ଜନ ସିଂହ। ହାବିଲଦାରଙ୍କୁ ନିଲମ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । ମିଳିଥିବା ସୂଚନା ଅନୁସାରେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବାକୁ ନିର୍ଦ୍ଦେଶ ଦେଇଥିବା IIC ଦ୍ରୌପଦୀ ଦାସଙ୍କୁ ବଦଳି କରାଯାଇଛି। ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା ପର୍ଯ୍ୟନ୍ତ ଉଭୟଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ପୂର୍ବାଞ୍ଚଳ ରେଂଜ ଇନ୍ଚାର୍ଜ ଆଇଜି ନରସିଂହ ଭୋଳ ଏନେଇ ସୂଚନା ଦେଇଛନ୍ତି।
More Stories
ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍ ରନ୍…..
ଚାଷୀଙ୍କୁ ହଇରାଣ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ନବୀନଙ୍କ ଭିଡିଓ ବାର୍ତ୍ତାକୁ ସମାଲୋଚନା କଲା ବିଜେପି…..